ରାଜ୍ୟରେ ଚିହ୍ନଟ ହେଲେ 2 ହଜାର 806 କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଅଛି । ଏହା କେବେ ତିନି ହଜାର ତଳକୁ ରହୁଅଛି, ଅର୍ଥାତ ଏହା ଏବେ ମଧ୍ୟ ସଂକଟରେ ରହିଅଛି । ରାଜ୍ୟରେ 24 ଘଣ୍ଟାରେ 2 ହଜାର 806 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 935136କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 2806 ଜଣଙ୍କ ମଧ୍ୟରୁ 1613 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1193 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 935136 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 27429ଟି ଆକ୍ଟିଭ କେସ୍ ରହିଅଛି ଏବଂ 903178 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ