ରାଜ୍ୟରେ ଚିହ୍ନଟ ହେଲେ 2110 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 947859

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ସଂଖ୍ୟାର କଥା କହିବା ତ ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଅଛି । କିନ୍ତୁ ଏହା ରାଜ୍ୟରେ କେବେ ସଂକ୍ରମିତଙ୍କ ସଂଖ୍ୟା ଦୁଇ ହଜାର ତଳେ ରହୁଅଛି ତ ଆଉ କେବେ ଏହା ଦୁଇ ହଜାର ଉପରେ ରହିଅଛି । ରାଜ୍ୟରେ 24 ଘଣ୍ଟାରେ 2 ହଜାର 110 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 947859କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 2110 ଜଣଙ୍କ ମଧ୍ୟରୁ 1213 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 897 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 947859 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 22299ଟି ଆକ୍ଟିଭ କେସ୍ ରହିଅଛି ଏବଂ 920646 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ