Coronavirus: ଦେଶରେ 24 ଘଣ୍ଟାରେ 40 ହଜାରରୁ କମ ଆସିଲା କରୋନା କେସ, 542 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ଏବେ କମିବାକୁ ଲାଗିଅଛି । ପ୍ରତିଦିନ ଆସୁଥିବା ନୂଆ ମାମଲା ସଂଖ୍ୟା କମିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 38 ହଜାର 949 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 542 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 40 ହଜାର 26 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 10 ଲକ୍ଷ 26 ହଜାର 829କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 12 ହଜାର 531 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 01 ଲକ୍ଷ 83 ହଜାର 876 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 30 ହଜାର 422 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 15 ଜୁଲାଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 44 କୋଟି 00 ଲକ୍ଷ 23 ହଜାର 239 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19 ଲକ୍ଷ 55 ହଜାର 910 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ