Coronavirus: ଦେଶରେ କରୋନା କେସ ପୁଣି ବଢ଼ିଲା, 24 ଘଣ୍ଟାରେ 40 ହଜାରରୁ ଅଧିକ କେସ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସରେ125 ଦିନ ପରେ ଗତକାଲି ସବୁଠାରୁ କମ 30 ହଜାର 93 ନୂଆ ମାମଲା ଦର୍ଜ ହୋଇଥିଲା । କିନ୍ତୁ ବୁଧବାର ପୁଣି ଥରେ 40 ହଜାରରୁ ଅଧିକ ନୂଆ ମାମଲା ଦର୍ଜ ହୋଇଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 42 ହଜାର 015 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 3998 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 36 ହଜାର 977 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 12 ଲକ୍ଷ 16 ହଜାର 337କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 18 ହଜାର 480 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 03 ଲକ୍ଷ 90 ହଜାର 687 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 07 ହଜାର 170 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 20 ଜୁଲାଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 44 କୋଟି 91 ଲକ୍ଷ 93 ହଜାର 273 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 18 ଲକ୍ଷ 52 ହଜାର 140 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ