କମୁଛି ସଂକ୍ରମଣ, ରାଜ୍ୟରେ ଚିହ୍ନଟ ହେଲେ 1629 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 970814

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ସଂଖ୍ୟାର କଥା କହିବା ତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଖସୁଅଛି । ଏହା ଗତ କାଲି ଷୋହଳ ଶହ ଉପରେ ରହିଥିଲା ବେଳେ ଏହା ଆଜି ମଧ୍ୟ ଷୋହଳ ଶହ ଉପରେ ରହିଅଛି । ରାଜ୍ୟରେ 24 ଘଣ୍ଟାରେ 1 ହଜାର 629 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 970814କୁ ବୃଦ୍ଧି ଘଟିଛି ।

ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 1629 ଜଣଙ୍କ ମଧ୍ୟରୁ 939 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 690 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 970814 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 17746ଟି ଆକ୍ଟିଭ କେସ୍ ରହିଅଛି ଏବଂ 947381 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ