ରାଜ୍ୟରେ ଥମିବାରେ ଲାଗିଛି ସଂକ୍ରମଣ, 24 ଘଣ୍ଟାରେ ଚିହ୍ନଟ ହେଲେ 1 ହଜାର 615 କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ସଂଖ୍ୟାର କଥା କହିବା ତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାକୁ ଲାଗିଅଛି । ଏହି ସଂଖ୍ୟା କିଛି ଦିନ ହେବ ପ୍ରାୟତଃ ଦୁଇ ହଜାର ତଳକୁ ରହୁଅଛି । ରାଜ୍ୟରେ 24 ଘଣ୍ଟାରେ 1 ହଜାର 615 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 974132କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 1615 ଜଣଙ୍କ ମଧ୍ୟରୁ 937 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 678 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 974132 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 17262ଟି ଆକ୍ଟିଭ କେସ୍ ରହିଅଛି ଏବଂ 951049 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ