Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ସାମ୍ନାକୁ ଆସିଲା 41 ହଜାରରୁ ଅଧିକ ନୂଆ କରୋନା କେସ, 593 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସର ଦ୍ୱିତୀୟ ଲହର ପ୍ରକୋପ ଜାରି ରହିଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 41 ହଜାର 649 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 593 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 37 ହଜାର 291 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 16 ଲକ୍ଷ 13 ହଜାର 993କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 23 ହଜାର 810 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 7 ଲକ୍ଷ 81 ହଜାର 263 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 4 ଲକ୍ଷ 8 ହଜାର 920 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 30 ଜୁଲାଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 46 କୋଟି 64 ଲକ୍ଷ 27 ହଜାର 038 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 17 ଲକ୍ଷ 76 ହଜାର 315 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ