ଥମିବାରେ ଲାଗିଛି ସଂକ୍ରମଣ, ରାଜ୍ୟରେ ଚିହ୍ନଟ ହେଲେ 1096 କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାରେ ଲାଗିଅଛି । ଗତକାଲି ଏହି ସଂଖ୍ୟା 12 ଶହ ଉପରେ ରହିଥିଲା ବେଳେ ଆଜି ଏହା 1 ହଜାର ଉପରେ ରହିଅଛି । ରାଜ୍ୟରେ 24 ଘଣ୍ଟାରେ 1 ହଜାର 096 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 9 ଲକ୍ଷ 85 ହଜାର 827କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 1096 ଜଣଙ୍କ ମଧ୍ୟରୁ 637 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 429 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 985827 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 12480ଟି ଆକ୍ଟିଭ କେସ୍ ରହିଅଛି ଏବଂ 966928 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ