24 ଘଣ୍ଟା ମଧ୍ୟରେ ଏହି ଜିଲ୍ଲା ଗୁଡିକରେ କାଳବୈଶାଖି ସମ୍ଭାବନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା 24 ଘଣ୍ଟା ମଧ୍ୟରେ ଅନେକ ଗୁଡିଏ ଜିଲ୍ଲାରେ କାଳବୈଶାଖି ହେବାର ସମ୍ଭାବନା ରହିଛି । ତେବେ ଏହି ସବୁ ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବାଲେଶ୍ବର, ଭଦ୍ରକ, ନୟାଗଡ଼, କଟକ ଓ ଯାଜପୁର ରହିଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖି ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଅଗଷ୍ଟ 11ରୁ 12 ତାରିଖ ମଧ୍ୟରେ ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖି ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


ସେୟାର କରନ୍ତୁ