ରାଜ୍ୟରେ ଚିହ୍ନଟ ହେଲେ 1132 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 993507

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଙ୍କଟର ପ୍ରକୋପ କମିଅଛି, କିନ୍ତୁ ମହାମାରୀ ଏବେ ମଧ୍ୟ ଥମି ନାହିଁ । ଆଜି ଏହି ସଂଖ୍ୟା ମଧ୍ୟ ହଜାରେ ଉପରେ ରହିଅଛି । ରାଜ୍ୟରେ 24 ଘଣ୍ଟାରେ 1 ହଜାର 132 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 9 ଲକ୍ଷ 93 ହଜାର 507କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 1132 ଜଣଙ୍କ ମଧ୍ୟରୁ 657 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 475 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 993507 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 10632ଟି ଆକ୍ଟିଭ କେସ୍ ରହିଅଛି ଏବଂ 975999 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ