ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ 11,006ଟି ନର୍ସିଂ ପଦବୀ ସୃଷ୍ଟି

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ 11,006ଟି ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି । ପଦବୀ ଗୁଡିକ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ ।

ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ୟାୟରେ ଓଡିଶା ନର୍ସିଂ ସେବା ନିୟାମାବଳୀ 2019 ଅନୁଯାୟୀ ଏହି ପଦବୀ ଗୁଡିକ ପୂରଣ କରାଯିବ । ନୂତନ ପଦବୀ ଗୁଡିକ ମଧ୍ୟରୁ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଗୁଡିକରେ 874ଟି ପଦବୀ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକରେ 5400ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଗୁଡିକରେ 2659ଟି ପଦବୀ ସୃଷ୍ଟି କରାଯାଇଛି ।

ଏହିପରି ଜିଲ୍ଲାସ୍ତରରେ ସମୁଦାୟ 8933ଟି ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସପିଟାଲ ଗୁଡିକରେ ମଧ୍ୟ 2073ଟି ପଦବୀ ସୃଷ୍ଟି କରାଯାଇଛି ।


ସେୟାର କରନ୍ତୁ