ଗ୍ୟାସ ସିଲିଣ୍ଡର ଦୁର୍ଘଟଣା ଗ୍ରସ୍ତ ମୃତ ବ୍ୟକ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ସହାୟତା ଘୋଷଣା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ବାଣପୁର ଗ୍ୟାସ୍ ସିଲିଣ୍ଡର ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଗୁରୁବାର ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ୍ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।


ସେୟାର କରନ୍ତୁ