ରାଜ୍ୟରେ 24 ଘଣ୍ଟାରେ ଚିହ୍ନଟ ହେଲେ 986 ନୂଆ କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗି ଅଛି । ସଂଖ୍ୟାର କଥା କହିବାତ ଶୁକ୍ରବାର ରିପୋର୍ଟ ମୁତାବକ, ରାଜ୍ୟରେ ପୂର୍ବ 24 ଘଣ୍ଟାରେ 9 ଶହ 86 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 9 ଲକ୍ଷ 99 ହଜାର 173କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 986 ଜଣଙ୍କ ମଧ୍ୟରୁ 574 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 412 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଏହା ପରେ ମଧ୍ୟ 0ରୁ 18 ବର୍ଷ ବୟସର ପିଲା 24 ଘଣ୍ଟାରେ 128 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 999173 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 9578ଟି ଆକ୍ଟିଭ କେସ୍ ରହିଅଛି ଏବଂ 982319 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ