ରାଜ୍ୟରେ 24 ଘଣ୍ଟାରେ ଚିହ୍ନଟ ହେଲେ 911 ନୂଆ କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗି ଅଛି । କିନ୍ତୁ ଏହି ସଂଖ୍ୟାରେ ଯଦି 0ରୁ 18 ବର୍ଷ ବୟସର ପିଲାଙ୍କ କଥା କୁହାଯାଏ, ତେବେ ଏହା ଏକ ଚିନ୍ତାର ବିଷୟ ଲାଗୁଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 9 ଶହ 11 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ 00 ହଜାର 084କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 911 ଜଣଙ୍କ ମଧ୍ୟରୁ 531 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 380 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଏହା ଭିତରେ ମଧ୍ୟ 0ରୁ 18 ବର୍ଷ ବୟସର ପିଲା 24 ଘଣ୍ଟାରେ 116 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 1000084 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 9497ଟି ଆକ୍ଟିଭ କେସ୍ ରହିଅଛି ଏବଂ 983245 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ