Coronavirus: ଲଗାତାର ଦ୍ୱିତୀୟ ଦିନରେ ସାମ୍ନାକୁ ଆସିଲା 40 ହଜାରରୁ ଅଧିକ କରୋନା ମାମଲା, 24 ଘଣ୍ଟାରେ 496 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା ସଙ୍କଟ ଏବେ ପୁଣି ବଢୁଅଛି । ଲଗାତାର ଦ୍ୱିତୀୟ ଦିନ 40 ହଜାରରୁ ଅଧିକ ମାମଲା ଆସି ଅଛି । ଶୁକ୍ରବାର ସକାଳ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ମୁତାବକ, ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 44 ହଜାର 658 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 496 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 32 ହଜାର 988 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 26 ଲକ୍ଷ 03 ହଜାର 188କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 36 ହଜାର 861 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 18 ଲକ୍ଷ 21 ହଜାର 428 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 3 ଲକ୍ଷ 44 ହଜାର 899 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 26 ଅଗଷ୍ଟ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 51 କୋଟି 49 ଲକ୍ଷ 54 ହଜାର 309 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 18 ଲକ୍ଷ 24 ହଜାର 931 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ