24 ଘଣ୍ଟା ଭିତରେ ଏହି 10 ଜିଲ୍ଲାରେ ପ୍ରବଳ ବର୍ଷା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଓଡ଼ିଶାର 10ଟି ଜିଲ୍ଲାରେ ଆଗାମୀ 24ଘଣ୍ଟା ମଧ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧୀରେ ସକ୍ରିୟ ହେବାରେ ଲାଗିଛି । ଏହା ଫଳରେ ରାଜ୍ୟରେ କେତେକ ଜାଗାରେ ବର୍ଷା ହେଉଅଛି । ଆସନ୍ତା 2 ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ରହିଥିବା ଏକ ଘୂର୍ଣ୍ଣବଳୟ ସମୁଦ୍ର ପତ୍ତନଠାରୁ 5.8 କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି ଏବଂ ଏହା ଦକ୍ଷିଣ ଆଡ଼କୁ ଢଳି ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ ଓ ମୌସୁମୀ ସକ୍ରିୟ ହେବ ।

ଆଗାମୀ 24ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟାଗଡା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଅଛି । ସେହିପରି ବାଲେଶ୍ୱର, ଭଦ୍ରକ୍, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳର ଗୋଟେ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଅଗଷ୍ଟ 29 ତାରିଖ ପରେ ବର୍ଷାର ପରିମାଣ କମିବା ସହ କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।


ସେୟାର କରନ୍ତୁ