ଏହି ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲା ରହିଛି । ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର. ନୂଆପଡ଼ା, ବଲାଙ୍ଗୀର ଓ ଗଜପତି ଆଦି ଜିଲ୍ଲାର ଅନେକ ସ୍ଥାନରେ 24 ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଅଛି ।

ଏଥିସହିତ ଅଗଷ୍ଟ 30ରୁ 31 ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ।


ସେୟାର କରନ୍ତୁ