ରାଜ୍ୟରେ ପୂର୍ବ 24 ଘଣ୍ଟାରେ ଚିହ୍ନଟ ହେଲେ 805 ନୂଆ କରୋନା ପଜିଟିଭ

Truthink
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗି ଅଛି । ସଂଖ୍ୟାର କଥା କହିବାତ ଗତ କାଲି ନୂଆ ପଜିଟିଭ ସଂଖ୍ୟା 681 ରହିଥିଲା ବେଳେ ଆଜି ଏହି ସଂଖ୍ୟାରେ ପରିବର୍ତ୍ତନ ଘଟି ସଂକ୍ରମଣ ମାମଲା ଉପରକୁ ଉଠିଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 8 ଶହ 05 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ 11 ହଜାର 558କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 805 ଜଣଙ୍କ ମଧ୍ୟରୁ 467 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 338 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଏହା ଭିତରେ ମଧ୍ୟ 0ରୁ 18 ବର୍ଷ ବୟସର ପିଲା 24 ଘଣ୍ଟାରେ 131 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 1011558 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 7158ଟି ଆକ୍ଟିଭ କେସ୍ ରହିଅଛି ଏବଂ 996300 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ