ରାଜ୍ୟରେ 11 ରୁ 13 ପ୍ରବଳ ବର୍ଷା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର : ରାଜ୍ୟରେ ଲଘୁଚାପ ଜନିତ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଉତ୍ତର ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା 7 ଦିନରେ ଦୁଇଟି ଲଘୁଚାପ ସୃଷ୍ଟି ହେବ । ପ୍ରଥମେ ଶୁକ୍ରବାର ଏକ ଲଘୁଚାପ ବଳୟ ହେବ । ଏହା ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ । 11 ତାରିଖ ଦିନ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବାର 48ଘଣ୍ଟାରେ ତାହା ଅଧିକ ଘନୀଭୂତ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହା ପ୍ରଭାବରେ 11 ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । 12 ଓ 13 ତାରିଖରେ ବର୍ଷାର ପରିମାଣ ଅଧିକ ରହିବ ।

ଲଘୁଚାପ ପ୍ରଭାବରେ 11 ତାରିଖ ଦିନ ଖୋର୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି 12ତାରିଖ ଦିନ ଗଞ୍ଜାମ, ପୁରୀ, ଖୋର୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଗଜପତି, ନୟାଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । 13 ତାରିଖ ଦିନ ରାଜ୍ୟରେ ବର୍ଷାର ପରିମାଣ ଅଧିକ ରହି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହା ପରେ 18 ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପରବର୍ତ୍ତୀ 24 ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଅଛି ।


ସେୟାର କରନ୍ତୁ