Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ସାମ୍ନାକୁ ଆସିଲା 34 ହଜାର 973 କେସ, 260 ରୋଗୀଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଭାରତରେ କରୋନା ଏବେ ମଧ୍ୟ ଥମି ନାହିଁ । ପ୍ରତେକ ଦିନ 30ରୁ 40 ହଜାର କରୋନା ମାମଲା ଆସୁଅଛି । ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 34 ହଜାର 973 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 260 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 37 ହଜାର 681 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 31 ଲକ୍ଷ 74 ହଜାର 954କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 42 ହଜାର 9 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 23 ଲକ୍ଷ 42 ହଜାର 299 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 3 ଲକ୍ଷ 90 ହଜାର 646 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 9 ସେପ୍ଟେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 53 କୋଟି 86 ଲକ୍ଷ 04 ହଜାର 854 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 17 ଲକ୍ଷ 87 ହଜାର 611 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ