ରାଜ୍ୟରେ 24 ଘଣ୍ଟାରେ ଚିହ୍ନଟ ହେଲେ 630 ନୂଆ କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗି ଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 6 ଶହ 30 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ 15 ହଜାର 713କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 630 ଜଣଙ୍କ ମଧ୍ୟରୁ 368 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 262 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଏହା ଭିତରେ ମଧ୍ୟ 0ରୁ 18 ବର୍ଷ ବୟସର ପିଲା 24 ଘଣ୍ଟାରେ 116 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 1015713 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 7020ଟି ଆକ୍ଟିଭ କେସ୍ ରହିଅଛି ଏବଂ 1000548 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ