ରାଜ୍ୟରେ 18 ରୁ 21 ତାରିଖ ମଧ୍ୟରେ ଅନେକ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଗୋଟିଏ ଲଘୁଚାପ ଯିବା ପରେ ଏବେ ଆଉ ଏକ ଲଘୁଚାପ ବଂଗୋପସାଗ‌ରରେ ଦାନା ବାନ୍ଧୁ ଅଛି । ଏହା 18 ତାରିଖ ବେଳକୁ ବଙ୍ଗୋପସାଗର ଉପରେ ଲଘୁଚାପ ବଳୟ ସୃଷ୍ଟି ହୋଇ 19 ତାରିଖରେ ପଶ୍ଚିମବଙ୍ଗର ମେଦିନୀପୁର ଓ ସଂଲଗ୍ନ ବାଲେଶ୍ବର ନିକଟରେ ରହିବ । ଏହା ବର୍ତ୍ତମାନର ଲଘୁଚାପ ବଳୟ ଓ ମୌସୁମୀ ଟ୍ରଫ୍‌ର ପୂର୍ବ ଭାଗରେ ମିଶିବା ପରେ ସୁନ୍ଦରଗଡ଼ ଦେଇ ମଧ୍ୟପ୍ରଦେଶ ଆଡ଼କୁ ମୁହାଁଇବ । ତେବେ ଏହାର ବର୍ଷାର ପ୍ରଭାବ 18ତାରିଖରୁ ଦେଖାଯିବା ଆରମ୍ଭ ହେବ ।

ଆସନ୍ତା 18 ରୁ 21 ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ହେଲା, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ଢ଼େଙ୍କାନାଳ, ଝାରସୁଗୁଡ଼ା, ବରଗଡ଼, ଦେଓଗଡ଼ ଓ ସମ୍ବଲପୁର । ଏହି ସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆଗାମୀ 24ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ପାଗ ମେଘୁଆ ରହିବା ସହ କିଛି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।


ସେୟାର କରନ୍ତୁ