ଏହି ସବୁ ଜିଲ୍ଲାରେ ଦୁଇଦିନ ପ୍ରବଳ ବର୍ଷା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା 24 ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ଅନ୍ତର୍ଭୁକ୍ତ ରହିଛି । ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

ଏଥିସହିତ ସେପ୍ଟେମ୍ବର 20ରୁ 21 ତାରିଖ ମଧ୍ୟରେ ଉତ୍ତର ଓଡ଼ିଶା ସମେତ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, କୋରାପୁଟ, ମାଲକାନଗିରି ବ୍ୟତୀତ କିଛି ସ୍ଥାନରେ ହାଲୁକା ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ସେହିପରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉକ୍ତ ଜିଲ୍ଲାଗୁଡ଼ିକୁ ବି ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।


ସେୟାର କରନ୍ତୁ