Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 26 ହଜାରରୁ ଅଧିକ ନୂଆ କେସ, 276 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଭାରତରେ ଏବେ କରୋନା ମାମଲା କମୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 26 ହଜାର 041 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 276 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 29 ହଜାର 621 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 26 ହଜାର 041
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 36 ଲକ୍ଷ 78 ହଜାର 786

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 29 ହଜାର 621
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -3 କୋଟି 29 ଲକ୍ଷ 31 ହଜାର 972

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 76
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 47 ହଜାର 194

ମୋଟ ଆକ୍ଟିଭ କେସ- ଦୁଇ ଲକ୍ଷ 99 ହଜାର 620

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 26 ସେପ୍ଟେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 56 କୋଟି 44 ଲକ୍ଷ 08 ହଜାର 251 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 65 ହଜାର 006 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ