Coronavirus: ଦେଶରେ 24 ଘଣ୍ଟାରେ ଆସିଲା 15 ହଜାର 906 କରୋନା କେସ, 561 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 15 ହଜାର 906 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 561 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 16 ହଜାର 479 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 41 ଲକ୍ଷ 75 ହଜାର 468କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 54 ହଜାର 269 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 35 ଲକ୍ଷ 48 ହଜାର 605 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 1 ଲକ୍ଷ 72 ହଜାର 594 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 23 ଅକ୍ଟୋବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 59 କୋଟି 97 ଲକ୍ଷ 71 ହଜାର 320 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 13 ଲକ୍ଷ 40 ହଜାର 158 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ