Coronavirus: ଦେଶରେ 24 ଘଣ୍ଟାରେ ଆସିଲା 14 ହଜାର 306 କରୋନା କେସ, 443 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 14 ହଜାର 306 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 443 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 18 ହଜାର 762 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 41 ଲକ୍ଷ 89 ହଜାର 774କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 54 ହଜାର 712 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 35 ଲକ୍ଷ 67 ହଜାର 367 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 1 ଲକ୍ଷ 67 ହଜାର 695 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।


ସେୟାର କରନ୍ତୁ