Coronavirus: ଦେଶରେ 24 ଘଣ୍ଟାରେ ଆସିଲା 13 ହଜାର 451 କରୋନା କେସ, 585 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 13 ହଜାର 451 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 585 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 14 ହଜାର 021 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 42 ଲକ୍ଷ 15 ହଜାର 653କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 55 ହଜାର 653 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 35 ଲକ୍ଷ 97 ହଜାର 339 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 1 ଲକ୍ଷ 62 ହଜାର 661 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତକାଲି ଦେଶରେ 55 ଲକ୍ଷ 89 ହଜାର 124 ଡୋଜ କରୋନା ଟୀକା ଦିଆଯାଇଥିଲା । ଏପର୍ଯ୍ୟନ୍ତ ଦେଶରେ 103 କୋଟି 53 ଲକ୍ଷ 25 ହଜାର 577 ଲୋକଙ୍କୁ ଟିକା ଦିଆଯାଇଛି ।


ସେୟାର କରନ୍ତୁ