ରାଜ୍ୟରେ ଚିହ୍ନଟ ହେଲେ 365 ନୂଆ କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 1040595

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ପୂର୍ବ 24 ଘଣ୍ଟାରେ 3 ଶହ 65 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 10 ଲକ୍ଷ 40 ହଜାର 595କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 365 ଜଣଙ୍କ ମଧ୍ୟରୁ 212 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 153 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଏହା ଭିତରେ ମଧ୍ୟ 0ରୁ 18 ବର୍ଷ ବୟସର ପିଲା 24 ଘଣ୍ଟାରେ 56 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 1040595 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 4563ଟି ଆକ୍ଟିଭ କେସ୍ ରହିଅଛି ଏବଂ 1027654 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ