Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 12 ହଜାରରୁ ଅଧିକ ନୂଆ କରୋନା କେସ, 251 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଦିନକୁ ଦିନ କମିବାକୁ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 12 ହଜାର 514 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 251 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 12 ହଜାର 718 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 12 ହଜାର 514
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 42 ଲକ୍ଷ 85 ହଜାର 814

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 12 ହଜାର 718
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 36 ଲକ୍ଷ 68 ହଜାର 560

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 51
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 58 ହଜାର 437

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 58 ହଜାର 817

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 31 ଅକ୍ଟୋବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 60 କୋଟି 92 ଲକ୍ଷ 01 ହଜାର 294 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8 ଲକ୍ଷ 81 ହଜାର 379 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ