Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 11 ହଜାର 903 ନୂଆ କରୋନା କେସ, 311 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 11 ହଜାର 903 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 311 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 14 ହଜାର 159 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 11 ହଜାର 903
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 43 ଲକ୍ଷ 08 ହଜାର 140

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 14 ହଜାର 159
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 36 ଲକ୍ଷ 97 ହଜାର 740

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3 ଶହ 11
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 59 ହଜାର 191

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 51 ହଜାର 209


ସେୟାର କରନ୍ତୁ