Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 12 ହଜାର 885 ନୂଆ କରୋନା କେସ, 461 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 12 ହଜାର 885 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 461 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 15 ହଜାର 054 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 12 ହଜାର 885
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 43 ଲକ୍ଷ 21 ହଜାର 025

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 15 ହଜାର 054
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 37 ଲକ୍ଷ 12 ହଜାର 794

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 4 ଶହ 61
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 59 ହଜାର 652

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 48 ହଜାର 579

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 3 ନଭେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 61 କୋଟି 23 ଲକ୍ଷ 46 ହଜାର 767 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 10 ଲକ୍ଷ 67 ହଜାର 914 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ