Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 10 ହଜାର 929 ନୂଆ କରୋନା କେସ, 392 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 10 ହଜାର 929 ନୂଆ କେସ ସାମ୍ନାକୁ ଆସିଅଛି । ଏହାର ଗୋଟିଏ ଦିନ ପୂର୍ବରୁ 24 ଘଣ୍ଟାରେ 12,729 ମାମଲା ସାମ୍ନାକୁ ଆସିଥିଲା । ତେବେ 24 ଘଣ୍ଟା ମଧ୍ୟରେ 392 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 12 ହଜାର 509 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 10 ହଜାର 929
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 43 ଲକ୍ଷ 44 ହଜାର 683

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 12 ହଜାର 509
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 37 ଲକ୍ଷ 37 ହଜାର 468

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3 ଶହ 92
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 60 ହଜାର 265

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 46 ହଜାର 950

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 5 ନଭେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 61 କୋଟି 39 ଲକ୍ଷ 65 ହଜାର 751 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8 ଲକ୍ଷ 10 ହଜାର 783 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ