Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 12 ହଜାର 516 ନୂଆ କରୋନା କେସ, 501 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । କିନ୍ତୁ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 12 ହଜାର 516 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 501 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 13 ହଜାର 155 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 12 ହଜାର 516
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 44 ଲକ୍ଷ 14 ହଜାର 186

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 13 ହଜାର 155
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 38 ଲକ୍ଷ 14 ହଜାର 080

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 5 ଶହ 01
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 62 ହଜାର 690

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 37 ହଜାର 416


ସେୟାର କରନ୍ତୁ