Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 11 ହଜାର 271 ନୂଆ କରୋନା କେସ, 285 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 11 ହଜାର 271 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟା ମଧ୍ୟରେ 285 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 11 ହଜାର 376 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 11 ହଜାର 271
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 44 ଲକ୍ଷ 37 ହଜାର 307

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 11 ହଜାର 376
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 38 ଲକ୍ଷ 37 ହଜାର 859

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 85
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 63 ହଜାର 530

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 35 ହଜାର 918

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 13 ନଭେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 62 କୋଟି 37 ଲକ୍ଷ 51 ହଜାର 344 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 55 ହଜାର 904 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ