ଆଜିଠାରୁ ସ୍କୁଲ ଗଲେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଛାତ୍ର ଛାତ୍ରୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର : ଆଜି ଠାରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି । କରୋନା କାରଣରୁ ଏହି ପିଲାମାନେ ଦୀର୍ଘ ଦେଢ଼ ବର୍ଷ ହେବ ସ୍କୁଲ ଯାଇ ପାରିନଥିଲେ । ଏହି ଛାତ୍ରଛାତ୍ରୀମାନେ ବିଦ୍ୟାଳୟ ଯାଉଥିବାରୁ ସେମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଏବେ ରାଜ୍ୟରେ କେତୋଟି ଜାଗା ଛାଡି ଦେଲେ ପ୍ରାୟ କରୋନା ସ୍ଥିତି ଭଲରେ ରହିଛି । ପର୍ଯ୍ୟାୟକ୍ରମେ ଶ୍ରେଣୀଗୃହ ପାଠପଢାକୁ ରାଜ୍ୟ ସରକାର ତଥା ଗଣଶିକ୍ଷା ବିଭାଗ ଗୁରୁତ୍ୱ ଦେଉଥିବା ବେଳେ ସୋମବାର ଠାରୁ ଷଷ୍ଠ ଓ ସପ୍ତମ ଶ୍ରେଣୀର ଅଫଲାଇନ ପାଠପଢା ଆରମ୍ଭ ହୋଇଛି । ସକାଳ 9ଟା 30ରୁ ଦିନ 1ଟା ପର୍ଯ୍ୟନ୍ତ ପାଠପଢା ଚାଲିବାକୁ ଥିବାବେଳେ ପୂର୍ବରୁ ଅଷ୍ଟମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ଜାରି ରହିଛି ।

ତେବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଲାଗି ଉଭୟ ଅନଲାଇନ୍ ଏବଂ ଅଫଲାଇନ୍ କ୍ଲାସ୍ ଜାରି ରହିବ । କରୋନା କଟକଣାକୁ ମାନି ପୂର୍ବ ଗାଇଡ଼ଲାଇନ ଅନୁସାରେ ଆଜି ଶିକ୍ଷାଦାନ ଆରମ୍ଭ ହୋଇଛି । ବିଶେଷ କରି ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଓ ହାତକୁ ସାନିଟାଇଜ କରିବା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଯେଉଁ ସ୍ଥାନରେ କରୋନା ସଂକ୍ରମଣ ଅଧିକ ରହିଥିବ ସେଠାରେ ବିଦ୍ୟାଳୟ ଖୋଲିବା ନିମନ୍ତେ ଚୂଡ଼ାନ୍ତ ନିଷ୍ପତ୍ତି ଜିଲ୍ଲାପାଳମାନେ ନେଇପାରିବେ ।


ସେୟାର କରନ୍ତୁ