Coronavirus: ଦେଶରେ 24 ଘଣ୍ଟାରେ ଆସିଲା 8 ହଜାର 488 ନୂଆ କରୋନା କେସ, 538 ଦିନରେ ସବୁଠାରୁ କମ ମାମଲା

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା 8 ହଜାର 488 ନୂଆ କେସ ସାମ୍ନାକୁ ଆସିଅଛି, ଯାହାକି ପୂର୍ବ 538 ଦିନରେ ସବୁଠାରୁ କମ ମାମଲା ଅଟେ । ତେବେ 24 ଘଣ୍ଟାରେ 249 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 12 ହଜାର 510 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 45 ଲକ୍ଷ 18 ହଜାର 901କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 65 ହଜାର 911 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 39 ଲକ୍ଷ 34 ହଜାର 547 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 1 ଲକ୍ଷ 18 ହଜାର 443 ହୋଇଯାଇଛି, ଯାହାକି ପୂର୍ବ 534 ଦିନରେ ସବୁଠାରୁ କମ ମାମଲା ଅଟେ ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 21 ନଭେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 63 କୋଟି 25 ଲକ୍ଷ 24 ହଜାର 259 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 7 ଲକ୍ଷ 83 ହଜାର 567 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ଦେଶବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 116 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 32 ଲକ୍ଷ 99 ହଜାର 337 ଡୋଜ ଦିଆଯାଇଥିଲା, ଯାହା ପରେ ଏପର୍ଯ୍ୟନ୍ତ 116 କୋଟି 87 ଲକ୍ଷ 28 ହଜାର 385 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ