Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 6 ହଜାର 990 ନୂଆ କରୋନା କେସ, 551 ଦିନରେ ସବୁଠାରୁ କମ କେସ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା କେସ ଲଗାତାର କମିବାରେ ଲାଗି ଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 6 ହଜାର 990 ନୂଆ କେସ ସାମ୍ନାକୁ ଆସିଅଛି, ଏହା 551 ଦିନ ଭିତରେ ସବୁଠାରୁ କମ । ତେବେ 24 ଘଣ୍ଟା ମଧ୍ୟରେ 190 କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 10 ହଜାର 116 ଲୋକ କରୋନା ଭାଇରସକୁ ହରାଇ ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 6 ହଜାର 990
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 45 ଲକ୍ଷ 87 ହଜାର 822

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 10 ହଜାର 116
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 40 ଲକ୍ଷ 18 ହଜାର 299

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 1 ଶହ 90
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 68 ହଜାର 980

ମୋଟ ଆକ୍ଟିଭ କେସ- ଏକ ଲକ୍ଷ 00 ହଜାର 543, ଏହା 546 ଦିନ ଭିତରେ ସବୁଠାରୁ କମ

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 29 ନଭେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 64 କୋଟି 13 ଲକ୍ଷ 03 ହଜାର 848 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 10 ଲକ୍ଷ 12 ହଜାର 523 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ