Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 9 ହଜାର 419 ନୂଆ କରୋନା କେସ, 159 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 9 ହଜାର 419 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 159 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 8 ହଜାର 251 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 46 ଲକ୍ଷ 66 ହଜାର 241କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 74 ହଜାର 111 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 40 ଲକ୍ଷ 97 ହଜାର 388 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 94 ହଜାର 742 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 8 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 65 କୋଟି 19 ଲକ୍ଷ 50 ହଜାର 127 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 89 ହଜାର 983 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ