Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 6 ହଜାର 984 ନୂଆ କରୋନା କେସ, 247 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 6 ହଜାର 984 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 247 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 8 ହଜାର 168 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 47 ଲକ୍ଷ 10 ହଜାର 628କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 76 ହଜାର 135 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 41 ଲକ୍ଷ 46 ହଜାର 931 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 87 ହଜାର 562 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 14 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 65 କୋଟି 88 ଲକ୍ଷ 47 ହଜାର 816 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 84 ହଜାର 883 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ଦେଶବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 134 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 68 ଲକ୍ଷ 89 ହଜାର 025 ଡୋଜ ଦିଆଯାଇଥିଲା, ଯାହା ପରେ ଏପର୍ଯ୍ୟନ୍ତ 134 କୋଟି 61 ଲକ୍ଷ 14 ହଜାର 483 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ