Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 6 ହଜାରରୁ ଅଧିକ ନୂଆ କରୋନା କେସ, 132 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 6 ହଜାର ଓ 563 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 132 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 8 ହଜାର 007 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 47 ଲକ୍ଷ 46 ହଜାର 838କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 77 ହଜାର 554 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 41 ଲକ୍ଷ 87 ହଜାର 017 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 82 ହଜାର 267 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 19 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 66 କୋଟି 51 ଲକ୍ଷ 12 ହଜାର 580 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8 ଲକ୍ଷ 77 ହଜାର 055 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ଦେଶବ୍ୟାପୀ ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 137 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 15 ଲକ୍ଷ 82 ହଜାର 079 ଡୋଜ ଦିଆଯାଇଥିଲା, ଯାହା ପରେ ଏପର୍ଯ୍ୟନ୍ତ 137 କୋଟି 67 ଲକ୍ଷ 20 ହଜାର 359 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ