Coronavirus: ଦେଶରେ ବଢ଼ିଲା କରୋନା କେସ, 24 ଘଣ୍ଟାରେ ଆସିଲା 22 ହଜାର 775 ନୂଆ କରୋନା କେସ, 406 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ ମହାମାରୀର ମାମଲା ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଏହା ସହିତ ଓମିକ୍ରନ୍, ଯାହାକି କରୋନାର ସବୁଠାରୁ ବିପଜ୍ଜନକ ପ୍ରକାର ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି । ପୂର୍ବ 24 ଘଣ୍ଟା ମଧ୍ୟରେ ଦେଶରେ କରୋନା ଭାଇରସର 22 ହଜାର 775 ଟି ନୂଆ କେସ ସାମ୍ନାକୁ ଆସିଅଛି । ଏହି ସମୟରେ 406 ଜଣଙ୍କର ମୃତ୍ୟୁ ହୋଇଅଛି । ବର୍ତ୍ତମାନ ପର୍ଯ୍ୟନ୍ତ, ଦେଶରେ କରୋନା ର ଓମିକ୍ରନ୍ ବେରିଏଣ୍ଟର 1431 ମାମଲା ରିପୋର୍ଟ ହୋଇଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 22 ହଜାର 775
ଏପର୍ଯ୍ୟନ୍ତ ମୋଟ ମାମଲା – 3 କୋଟି 48 ଲକ୍ଷ 61 ହଜାର 579

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 8 ହଜାର 949
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -3 କୋଟି 42 ଲକ୍ଷ 75 ହଜାର 312

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 4 ଶହ 06
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 4 ଲକ୍ଷ 81 ହଜାର 486

ମୋଟ ଆକ୍ଟିଭ କେସ- 1 ଲକ୍ଷ 4 ହଜାର 781

ମୋଟ ଓମିକ୍ରନ ମାମଲା – 1 ହଜାର 431

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 31 ଡିସେମ୍ବର ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 67 କୋଟି 89 ଲକ୍ଷ 89 ହଜାର 110 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 10 ହଜାର 855 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 145 କୋଟିରୁ ଅଧିକ ଡୋଜ୍ ଆଣ୍ଟି-କରୋନାଭାଇରସ୍ ଟିକା ଦିଆଯାଇଛି । ଗତକାଲି 58 ଲକ୍ଷ 11 ହଜାର 487 ଡୋଜ ଦିଆଯାଇଥିଲା, ଯାହା ପରେ ଦେଶରେ ଏପର୍ଯ୍ୟନ୍ତ 145 କୋଟି 16 ଲକ୍ଷ 24 ହଜାର 150 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ