Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 90 ହଜାର 928 ନୂଆ କରୋନା କେସ, 325 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଖୁବ ତେଜିରେ ବଢୁଥିବା ଦେଖିବାକୁ ମିଳୁଅଛି । ପୂର୍ବ 24 ଘଣ୍ଟାରେ 90 ହଜାର 928 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟାରେ 325 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 19 ହଜାର 206 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 51 ଲକ୍ଷ 09 ହଜାର 286କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 82 ହଜାର 876 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 43 ଲକ୍ଷ 41 ହଜାର 009 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 2 ଲକ୍ଷ 85 ହଜାର 401 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 5 ଜାନୁୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 68 କୋଟି 53 ଲକ୍ଷ 05 ହଜାର 751 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 14 ଲକ୍ଷ 13 ହଜାର 013 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ