Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 2 ଲକ୍ଷ 71 ହଜାର 202 ନୂଆ କରୋନା କେସ, ଆକ୍ଟିଭ ମାମଲା 15 ଲକ୍ଷ 50 ହଜାର

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ତୃତୀୟ ଲହର ମଧ୍ୟରେ ଖୁବ ତେଜିରେ ବଢୁଥିବା ଦେଖିବାକୁ ମିଳୁଅଛି । ପୂର୍ବ 24 ଘଣ୍ଟାରେ 2 ଲକ୍ଷ 71 ହଜାର 202 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟାରେ 314 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ଲକ୍ଷ 38 ହଜାର 331 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି । ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍’ ସଂକ୍ରମଣ ସଂଖ୍ୟା ମଧ୍ୟ 7,743ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 3 କୋଟି 71 ଲକ୍ଷ 22 ହଜାର 174କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 86 ହଜାର 66 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 50 ଲକ୍ଷ 85 ହଜାର 721 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 15 ଲକ୍ଷ 50 ହଜାର 377 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 15 ଜାନୁୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 70 କୋଟି 24 ଲକ୍ଷ 48 ହଜାର 838 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 16 ଲକ୍ଷ 65 ହଜାର 404 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ଏହା ସହିତ ଦେଶବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 156 କୋଟି 76 ଲକ୍ଷ 15 ହଜାର 454 ଡୋଜ ଟିକା ଦିଆଯାଇଛି । ଗତ 24 ଘଣ୍ଟା ମଧ୍ୟରେ 66 ଲକ୍ଷ 21 ହଜାର 395 ଲୋକଙ୍କୁ ଟିକା ଦିଆଯାଇଛି ।


ସେୟାର କରନ୍ତୁ