24 ଘଣ୍ଟାରେ ଚିହ୍ନଟ ହେଲେ 11086 ନୂଆ କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 1155487

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହା ଦୈନିକ ସଂକ୍ରମଣ ଆଜି ଏଗାର ହଜାର ଉପରକୁ ଯାଇଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 11086 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 11 ଲକ୍ଷ 55 ହଜାର 487କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 11086 ଜଣଙ୍କ ମଧ୍ୟରୁ 6431 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 4655 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେହିପରି ଏହା ଭିତରେ ମଧ୍ୟ 24 ଘଣ୍ଟାରେ 0ରୁ 18 ବର୍ଷ ବୟସର ଶିଶୁ ଏବଂ କିଶୋର 1061 ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ମୋଟ 1155487 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 80914ଟି ଆକ୍ଟିଭ କେସ୍ ରହିଅଛି ଏବଂ 1066032 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ