Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 2 ଲକ୍ଷ 86 ହଜାର ନୂଆ କରୋନା କେସ, 573 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଖୁବ ତେଜିରେ ବଢୁଥିବା ଦେଖିବାକୁ ମିଳୁଅଛି । ପୂର୍ବ 24 ଘଣ୍ଟାରେ 2 ଲକ୍ଷ 86 ହଜାର 384 ନୂଆ କେସ ସାମ୍ନାକୁ ଆସିଅଛି । ତେବେ 24 ଘଣ୍ଟାରେ 573 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3 ଲକ୍ଷ 06 ହଜାର 357 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 03 ଲକ୍ଷ 71 ହଜାର 500କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 4 ଲକ୍ଷ 91 ହଜାର 700 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 3 କୋଟି 76 ଲକ୍ଷ 77 ହଜାର 328 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 22 ଲକ୍ଷ 02 ହଜାର 472 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 26 ଜାନୁୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 72 କୋଟି 21 ଲକ୍ଷ 66 ହଜାର 248 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 14 ଲକ୍ଷ 62 ହଜାର 261 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 163 କୋଟି 84 ଲକ୍ଷ 39 ହଜାର 207 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ