Coronavirus: ଦେଶରେ 24 ଘଣ୍ଟାରେ ଆସିଲା 67 ହଜାରରୁ ଅଧିକ ନୂଆ କରୋନା କେସ, 1,188 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ମାମଲା ଏବେ କମି କମି ଯାଉଛି । ପୂର୍ବ 24 ଘଣ୍ଟାରେ 67 ହଜାର 597 ନୂଆ କେସ ସାମ୍ନାକୁ ଆସିଅଛି । 24 ଘଣ୍ଟାରେ 1,188 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ଲକ୍ଷ 80 ହଜାର 456 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 23 ଲକ୍ଷ 39 ହଜାର 611କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 04 ହଜାର 062 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 08 ଲକ୍ଷ 40 ହଜାର 658 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 9 ଲକ୍ଷ 94 ହଜାର 891 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 7 ଫେବୃୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 74 କୋଟି 29 ଲକ୍ଷ 08 ହଜାର 121 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 13 ଲକ୍ଷ 46 ହଜାର 534 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 1,70,21,72,615 ଡୋଜ ଟିକା ଦିଆଯାଇଛି । ଗତ କାଲି 55,78,297 ଡୋଜ ଟୀକା ଦିଆଯାଇଛି ।


ସେୟାର କରନ୍ତୁ