Coronavirus: ଦେଶରେ 24 ଘଣ୍ଟାରେ ଆସିଲା 30 ହଜାର 757 ନୂଆ କରୋନା କେସ, 541 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ମାମଲା ଏବେ ଲଗାତାର କମି କମି ଯାଉଅଛି । ପୂର୍ବ 24 ଘଣ୍ଟାରେ 30 ହଜାର 757 ନୂଆ କେସ ସାମ୍ନାକୁ ଆସିଅଛି ଏବଂ 541 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 67 ହଜାର 538 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 27 ଲକ୍ଷ 54 ହଜାର 315କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 10 ହଜାର 413 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 19 ଲକ୍ଷ 10 ହଜାର 984 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 3 ଲକ୍ଷ 32 ହଜାର 918 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 16 ଫେବୃୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 75 କୋଟି 55 ଲକ୍ଷ 32 ହଜାର 460 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 79 ହଜାର 705 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 1,74,24,36,288 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ