Coronavirus: ଦେଶରେ 24 ଘଣ୍ଟାରେ ଆସିଲା 25 ହଜାର 920 ନୂଆ କରୋନା କେସ, 492 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ମାମଲା ଏବେ ଲଗାତାର କମି କମି ଯାଉଅଛି । ପୂର୍ବ 24 ଘଣ୍ଟାରେ 25 ହଜାର 920 ନୂଆ କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘାଣ୍ଟରେ 492 ଲୋକଙ୍କର ମୃତ୍ୟୁ ହୋଇଅଛି । ଗତକାଲି 30 ହଜାର 757 ମାମଲା ଦର୍ଜ ହୋଇଥିଲା, ଅର୍ଥାତ କାଲି ତୁଳନାରେ ଆଜି ମାମଲା କମ ହୋଇଅଛି । ପୂର୍ବ 24 ଘଣ୍ଟାରେ 66 ହଜାର 254 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 4 କୋଟି 27 ଲକ୍ଷ 80 ହଜାର 235କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 5 ଲକ୍ଷ 10 ହଜାର 905 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 4 କୋଟି 19 ଲକ୍ଷ 77 ହଜାର 238 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା 2 ଲକ୍ଷ 92 ହଜାର 92 ହୋଇଯାଇଛି, ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 17 ଫେବୃୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 75 କୋଟି 68 ଲକ୍ଷ 51 ହଜାର 787 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 12 ଲକ୍ଷ 54 ହଜାର 893 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ 1,74,64,99,461 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ