Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 14 ହଜାର 148 ନୂଆ କରୋନା କେସ, 302 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟା ମଧ୍ୟରେ କରୋନା ଭାଇରସର 14 ହଜାର 148 ନୂଆ କେସ ସାମ୍ନାକୁ ଆସିଅଛି । ଏହି ସମୟରେ 302 ଜଣଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 30 ହଜାର 009 ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 14 ହଜାର 148
ଏପର୍ଯ୍ୟନ୍ତ ମୋଟ ମାମଲା – 4 କୋଟି 28 ଲକ୍ଷ 81 ହଜାର 179

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 30 ହଜାର 009
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -4 କୋଟି 22 ଲକ୍ଷ 19 ହଜାର 896

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3 ଶହ 02
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 5 ଲକ୍ଷ 12 ହଜାର 924

ମୋଟ ଆକ୍ଟିଭ କେସ- 1 ଲକ୍ଷ 48 ହଜାର 359

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 23 ଫେବୃୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 76 କୋଟି 35 ଲକ୍ଷ 69 ହଜାର 165 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 55 ହଜାର 147 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ମୋଟ 176 କୋଟି 52 ଲକ୍ଷ 31 ହଜାର 385 ଡୋଜ ଟିକା ଦିଆଯାଇଛି ।


ସେୟାର କରନ୍ତୁ