Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ଆସିଲା 11 ହଜାର 499 ନୂଆ କରୋନା କେସ, 255 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟା ମଧ୍ୟରେ କରୋନା ଭାଇରସର 11 ହଜାର 499 ନୂଆ କେସ ସାମ୍ନାକୁ ଆସିଅଛି । ଏହି ସମୟରେ 255 ଜଣଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 23 ହଜାର 598 ସୁସ୍ଥ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 11 ହଜାର 499
ଏପର୍ଯ୍ୟନ୍ତ ମୋଟ ମାମଲା – 4 କୋଟି 29 ଲକ୍ଷ 05 ହଜାର 844

ପୂର୍ବ 24 ଘଣ୍ଟାରେ ସୁସ୍ଥ ହୋଇଥିବା ରୋଗୀ – 23 ହଜାର 598
ଏପର୍ଯ୍ୟନ୍ତ ମୋଟ ସୁସ୍ଥ ହୋଇଥିବା ରୋଗୀ -4 କୋଟି 22 ଲକ୍ଷ 70 ହଜାର 482

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2 ଶହ 55
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 5 ଲକ୍ଷ 13 ହଜାର 481

ମୋଟ ଆକ୍ଟିଭ କେସ- 1 ଲକ୍ଷ 21 ହଜାର 881

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 24 ଫେବୃୟାରୀ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 76 କୋଟି 57 ଲକ୍ଷ 35 ହଜାର 314 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11 ଲକ୍ଷ 36 ହଜାର 133 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।

ରାଷ୍ଟ୍ରବ୍ୟାପୀ ଟୀକାକରଣ ଅଭିଯାନ ଅଧୀନରେ ଏପର୍ଯ୍ୟନ୍ତ ମୋଟ 177 କୋଟି 17 ଲକ୍ଷ 68 ହଜାର 379 ଡୋଜ ଟିକା ଦିଆଯାଇଛି । ଗତ କଲି 28,29,582 ଡୋଜ ଟୀକା ଲଗାଯାଇଛି ।


ସେୟାର କରନ୍ତୁ